ଅବକାଶଚିନ୍ତା/ଏକ ଅସରା ବର୍ଷାର ଅବ୍ୟବହିତ ପରେ ନରାଜ ଦର୍ଶନ

ଉଇକିପାଠାଗାର ରୁ
Jump to navigation Jump to search
ଅବକାଶଚିନ୍ତା ଲେଖକ/କବି: ଗୋପବନ୍ଧୁ ଦାସ
ଏକ ଅସରା ବର୍ଷାର ଅବ୍ୟବହିତ ପରେ ନରାଜ ଦର୍ଶନ

<poem> ସତ୍ୟ ଶାନ୍ତି ସୁଖ ସଦା ମାନବ-ଜୀବନ ଖୋଜଇ ବ୍ୟାକୁଳେ ବ୍ୟସ୍ତ ସଂସାର ଗହଳେ, ମିଳିଲେ ଏପରି ସ୍ଥାନ କେବେ ଭାଗ୍ୟଫଳେ ଅପସରେ କ୍ଷଣେ ଭବ ଦାରୁଣ କଷଣ । ସଦ୍ୟସ୍ନାତ ଏହୁ ଛବି ଶୁଦ୍ଧ ଘନଜଳେ ଅସ୍ତମିତ ରବି କରେ ଦ୍ୱିଗୁଣ ଉଲ୍ଲାସେ, ବିରାଜେ ଶ୍ୟାମଳ ଶସ୍ୟ କ୍ଷେତ୍ର ଚଉପାଶେ, ବିଶଦେ ସକଳ ନଦୀ ବକ୍ଷେ ପ୍ରତିଫଳେ । ଶଇଳ ଶିଖରେ ଶୋଭେ ଶୁଭ୍ର ଶିବାଳୟ, ସମଗ୍ର ଶ୍ୟାମଳ ଦୃଶ୍ୟ ମଧ୍ୟେ କି ରୁଚିର! ନୀଳ ମେଘେ ଯଥା ପୂର୍ଣ୍ଣ ଚନ୍ଦ୍ରମା ଉଦୟ, ଶିବ ସଙ୍ଗବଶେ ଶାନ୍ତି ଅଧିକ ଗମ୍ଭୀର । ଦେଖ ଦେଖ ବନ୍ଧୁଗଣ ପୂରାଇ ନୟନ, ଏ ଯୋଗ ଜୀବନେ ଘଟେ ଅତି ଅଳ୍ପକ୍ଷଣ ।