ପୃଷ୍ଠା:Akashare Luchakali.pdf/୧୫

ଉଇକିପାଠାଗାର ରୁ
Jump to navigation Jump to search
ଏହି ପୃଷ୍ଠାଟି ବୈଧ ହୋଇସାରିଛି

ଆକାଶରେ ଲୁଚକାଳି


ଦିନରେ (୬ ମାସରୁ କିଛି କମ୍) ସୂର୍ଯ୍ୟ ଆଡକୁ ମୁହାଁଇ ଥାଏ । ଏହି ସମୟରେ ୧୫ ଦିନ ତଫାତରେ (ଅମାବାସ୍ୟା-ପୂର୍ଣ୍ଣମୀ-ଅମାବାସ୍ୟା ବା ପୂର୍ଣ୍ଣମୀ-ଅମାବାସ୍ୟା-ପୂର୍ଣ୍ଣମୀ) ତିନୋଟି ଯାଏଁ ଗ୍ରହଣ ବା ପରାଗ ହୋଇପାରେ । ପୁଣି ପ୍ରାୟ ୬ ମାସ (୧୭୩ ଦିନ) ପରେ ଆଉ ଥରେ ଗ୍ରହଣ ପରାଗ ପାଇଁ ଠିକ ଅବସ୍ଥା ଆସେ ।

ଦୂରତା ଓ ଆକାରର ହିସାବ

ମାପଚୁପରୁ ମଣିଷ ଜାଣିଲା ଯେ ସୂର୍ଯ୍ୟ ଚନ୍ଦ୍ରଠାରୁ ବହୁତ ବଡ । ସୂର୍ଯ୍ୟର ଓସାର (ବ୍ୟାସ) ଚନ୍ଦ୍ର ଓସାରର ପ୍ରାୟ ୪୦୦ ଗୁଣ । କିନ୍ତୁ ଚନ୍ଦ୍ର ତୁଳନାରେ ସୂର୍ଯ୍ୟ ଆମଠାରୁ ହାରାହାରି ୪୦୦ ଗୁଣ ଅଧିକ ଦୂରରେ ରହିଛି । ତେଣୁ ଆମ ମୁଣ୍ଡ ଉପରେ ଦୁହେଁ ପ୍ରାୟ ସମାନ ଆକାରର ଦିଶନ୍ତି । ଆମ ଆଖି ଆଗରେ ଦୁହେଁ ଯଦି ଏକ ସଳଖରେ ରହି ଯାଆନ୍ତି ତେବେ ସୂର୍ଯ୍ୟ ପୂରା ଲୁଚିଯାଏ ବା ପୂର୍ଣ୍ଣ ପରାଗ ହୁଏ । ଠିକ ଯେଭଳି ଆଖି ଆଗରେ ପେନ୍‌ସିଲଟିଏ ଧରି ଆମେ ଚନ୍ଦ୍ର ବା ସୂର୍ଯ୍ୟକୁ ଲୁଚାଇ ଦେଇ ପାରିବା ।

ଚନ୍ଦ୍ର ପୃଥିବୀ ଚାରି ପଟରେ ବେଶ ଅଣ୍ତାଳିଆ କକ୍ଷ‌ପଥରେ ବୁଲୁଛି । ତେଣୁ ଚନ୍ଦ୍ର-ପୃଥିବୀ ଦୂରତା କେବେ ଅଧିକ ହୁଏ ତ କେବେ କମ୍ ହୁଏ । ସୂର୍ଯ୍ୟ-ପୃଥିବୀ ଦୂରତା ମଧ୍ୟ କିଛି ବଦଳେ, କିନ୍ତୁ ଖୁବ୍ କମ୍; ଶତକଡ଼ା ମାତ୍ର ୩ ଭାଗ । ପୃଥିବୀଠାରୁ ଦୂରରେ ଥିଲାବେଳେ ଚନ୍ଦ୍ର ସୂର୍ଯ୍ୟଠାରୁ ଛୋଟ ଜଣାଯାଏ । ଦୁହେଁ ଆଖି ସଳଖରେ ରହିଲେ ସୂର୍ଯ୍ୟର ମଝି ଅଂଶଟି ଲୁଚିଯାଏ । କିନ୍ତୁ ବାହାର ଧାରଟି ବଳା ଭଳି ଦିଶୁଥାଏ ବା ବଳୟ ପରାଗ ହୁଏ । ଉଭୟ ଅବସ୍ଥାରେ ଚନ୍ଦ୍ର ଆମ ଆଖି ସିଧାରେ ନରହି ତଳ, ଉପର ବା