ପୃଷ୍ଠା:Akashare Luchakali.pdf/୨୭

ଉଇକିପାଠାଗାର‌ରୁ
ଏହି ପୃଷ୍ଠାଟି ବୈଧ ହୋଇସାରିଛି
ଆକାଶରେ ଲୁଚକାଳି
୨୫
 

ଗ୍ରହଣ ଆରମ୍ଭରୁ ପୂର୍ଣ୍ଣମୀ ଜହ୍ନ ଖୁବ ଉଜଳ ଥାଏ, ତେଣୁ ଆକାଶରେ ଅଳ୍ପ କେତୋଟି ମାତ୍ର ବଡ଼ ତାରା ଦେଖାଯାଉଥା'ନ୍ତି । ଗ୍ରହଣ ବଢିବା ସହିତ ଚନ୍ଦ୍ରକିରଣ ଧୀରେ ଧୀରେ ମଉଳି ଯାଏ ଓ ଅଧିକରୁ ଅଧିକ ମିଞ୍ଜି ମିଞ୍ଜି ତାରା ଉଙ୍କି ମାରନ୍ତି । ଡେରି ରାତିରେ ତାରା ସବୁ ମଧ୍ୟ ପୂର୍ବ ଦିଗରେ ଉଦୟ ହୋଇଚାଲନ୍ତି । ପୂର୍ଣ୍ଣଗ୍ରହଣ ଅବସ୍ଥାରେ ଅମାବାସ୍ୟାର ଅନ୍ଧାର ରାତି ଭଳି ଆକାଶଟି ତାରରେ ଭରିଯାଏ ।

ପୂର୍ଣ୍ଣଗ୍ରାସ ଅବସ୍ଥାରେ ମଧ୍ୟ ଚନ୍ଦ୍ର ପୂରା ଅଦୃଶ୍ୟ ହୋଇଯାଏନାହିଁ । ଏହା ଅଳ୍ପ ଉଜଳ ଲାଲ-ନାରଙ୍ଗୀ ରଙ୍ଗର ଥାଳିଆ ଭଳି ଆକାଶରେ ଦେଖା ଯାଉଥାଏ । କାରଣ ପୃଥିବୀର ବାୟୁମଣ୍ଡଳରେ ସୂର୍ଯ୍ୟ କିରଣର ପ୍ରତିସରଣ ଫଳରେ କିଛି ଆଲୁଅ ବଙ୍କେଇଯାଏ ଓ ପୃଥିବୀର ଛାଇ ଭିତରେ ପହଞ୍ଚେ । ଅଧିକ ତରଙ୍ଗଦୈର୍ଘ୍ୟର ଲାଲ ରଶ୍ମି ଅଧିକ ବଙ୍କାଏ ଓ ଛାଇର ମଝି ଅଞ୍ଚଳରେ ପହଞ୍ଚିପାରେ । ଛୋଟ ତରଙ୍ଗଦୈର୍ଘ୍ୟର ନୀଳ ରଶ୍ମି ଅଳ୍ପ ବଙ୍କାଉଥିବାରୁ ଏହା ଛାଇର ବାହାର ଭାଗରେ ଚାଲିଯାଏ । ତେଣୁ ଗଭୀଋ ଛାଇରେ ବୁଡି

ପୃଥିବୀର ବାୟୁମଣ୍ଡଳରେ ଲାଲ ରଶ୍ମି ଅଧିକ ବଙ୍କାଏ ଓ
ଚନ୍ଦ୍ର ଉପରେ ପଡି ତାକୁ ଲାଲ ରଙ୍ଗ କରେ ।