ପୃଷ୍ଠା:Akashare Luchakali.pdf/୨୯

ଉଇକିପାଠାଗାର‌ରୁ
ଏହି ପୃଷ୍ଠାଟି ବୈଧ ହୋଇସାରିଛି
ଆକାଶରେ ଲୁଚକାଳି
୨୭
 


ଯେ କୌଣସି ସ୍ଥାନରୁ ଦେଖିଲେ ବର୍ଷକୁ ହାରାହାରି ଗୋଟିଏ ଚନ୍ଦ୍ରଗ୍ରହଣ ଦେଖାଯାଏ । ତେବେ ପୂର୍ଣ୍ଣଗ୍ରହଣ ସଂଖ୍ୟା କମ ହୋଇଥାଏ ।

ସବୁ ସୂର୍ଯ୍ୟପରାଗ ଭିତରୁ ବଳୟ ପରାଗ ଓ ପୂର୍ଣ୍ଣ ପରାଗ ପ୍ରତ୍ୟେକଟି ଶତକଡା ପ୍ରାୟ ୩୦ ଭାଗ ହୋଇଥାଏ । ଅର୍ଥାତ ପ୍ରତି ତିନୋଟି ପରାଗ ଭିତରୁ ଗୋଟିଏ ବଳୟ ପରାଗ ଓ ଗୋଟିଏ ପୂର୍ଣ୍ଣ ପରାଗ ଦେଖାଯାଏ । ଏ ଦୁଇଟିକୁ କେନ୍ଦ୍ରୀୟ ପରାଗ ମଧ୍ୟ କୁହାଯାଏ । ବାକିତକ କେବଳ ଆଂଶିକ ପରାଗ ହୋଇଥାଏ ।

ତେଣୁ ସଂଖ୍ୟା ଦୃଷ୍ଟିରୁ କେନ୍ଦ୍ରୀୟ ପରାଗ ବିରଳ ନୁହେଁ । କିନ୍ତୁ ଏହା ପୃଥିବୀର ଖୁବ୍ କମ୍ ଅଞ୍ଚଳରେ ଏବଂ ଅଳ୍ପ ସମୟ ପାଇଁ ଦେଖାଯାଏ । ଫଳରେ ଖୁବ୍ କମ୍ ଲୋକ ଏହାକୁ ଦେଖିବାର ସୁଯୋଗ ପାଆନ୍ତି । ହିସାବ କରାଯାଇଛି ଯେ କୌଣସି ନିର୍ଦ୍ଦିଷ୍ଟ ସ୍ଥାନରୁ ହାରାହାରି ୩୬୦ ବର୍ଷରେ ଥରେ ପୂର୍ଣ୍ଣ ପରାଗ ଦେଖାଯାଏ ।

ଅସାଧାରଣ ଭିତରେ ବିରଳ

ସୂର୍ଯ୍ୟପରାଗ ଅତି ସାଧାରଣ ନହେଲେ ମଧ୍ୟ ବିରଳ ନୁହେଁ । ତେବେ କିଛି ବିଶେଷ ଧରଣର ପରାଗ ଅତି ବିରଳ । ସେଥିରୁ କିଛି :

* ଏକା ବର୍ଷରେ ୫ଟି ସୂର୍ଯ୍ୟପରାଗ ହେବା ଏକ ବିରଳ ଘଟଣା । ଗତଥର ଏଭଳି ହୋଇଥିଲା ୧୯୩୫ ମସିହାରେ; ଆଉ ଥରେ ହେବ ୨୨୦୬ ମସିହାରେ ।

* ବେଳେ ବେଳେ ପୂର୍ଣ୍ଣ ଓ ବଳୟ ପରାଗ ଏକା ଥରକେ ଦେଖାଯାଏ । ପରାଗର ଆରମ୍ଭ ଓ ଶେଷ ସମୟରେ ବଳୟ ଗ୍ରାସ ଦେଖାଯାଏ । ମଝି ଭାଗରେ ପୂର୍ଣ୍ଣ ଗ୍ରାସ ଦେଖାଯାଏ । ସବୁ ପରାଗ