ପୃଷ୍ଠା:Akashare Luchakali.pdf/୩୦

ଉଇକିପାଠାଗାର ରୁ
Jump to navigation Jump to search
ଏହି ପୃଷ୍ଠାଟି ବୈଧ ହୋଇସାରିଛି
ଆକାଶରେ ଲୁଚକାଳି
୨୮
 

ଭଳି ଏଥିରେ ଖଣ୍ଡ ଗ୍ରାସ ମଧ୍ୟ ରହିଥାଏ । ଏକା ପରାଗରେ ତିନୋଟି ଯାକ ରୂପ ଦେଖାଯିବା ଖୁବ୍ ବିରଳ ।

* ସର୍ବାଧିକ ସମୟ (୭.୫ ମିନିଟ) ପାଇଁ ଦେଖାଯିବା ପୂର୍ଣ୍ଣ ପରାଗ ଖୁବ୍ ବିରଳ । ଆସନ୍ତା ୨୧୬୮ ଜୁଲାଇ ୫ ତାରିଖ ଦିନ ଏଭଳି ଏକ ପରାଗ ଭାରତକୁ ଦେଖାଯିବ । ମଣିଷ ଦେଖିବାରେ ଏହା ସବୁଠାରୁ ଲମ୍ବା ପରାଗ ହେବ ।

ପରାଗ ଗଣନା

ମଣିଷ ଭୟ ଓ କୁତୁହଳୀ ଯୋଗୁଁ ପରାଗ ବିଷୟରେ ଅଧିକ ଜାଣିବାରେ ଲାଗି ପଡିଲା । ପରାଗର କାରଣ ଜାଣିବା ଆଗରୁ ସେ ବୁଝିଗଲା ଯେ ପରାଗ, ଗ୍ରହଣ ଆଦିର ଅନେକ ନିୟମିତତା ରହୁଛି । ଖ୍ରୀଷ୍ଟପୂର୍ବ ୪୦୦ ବେଳକୁ ବାବିଲୋନର ଆକାଶବିଜ୍ଞାନୀମାନେ ଦେଖିଲେ ଯେ ପ୍ରାୟ ୧୮ ବର୍ଷ ତଫାତରେ ଦେଖା ଯାଉଥିବା ପରାଗଗୁଡିକର ଗୁଣଧର୍ମ ଏକା ଭଳି । ପରେ ଅଧିକ ହିସାବରୁ ଜଣାଗଲା ଯେ ପ୍ରତି ୧୮ ବର୍ଷ ୧୧ ଦିନ ୮ ଘଣ୍ଟା ହେଉଛି ଏହାର ପ୍ରକୃତ ସମୟ ବ୍ୟବଧାନ । ଏହାକୁ ସାରୋସ କ୍ରମ (ସାରୋସ ସାଇକଲ୍) କୁହାଯାଏ ।

ଏହି କ୍ରମରେ ପ୍ରତି ପରାଗଟି ତା'ର ପୂର୍ବ ପରାଗ ଅପେକ୍ଷା ପ୍ରାୟ ୧୨୦ ଡିଗ୍ରି ପଶ୍ଚିମକୁ ଓ କିଛି ଦକ୍ଷିଣକୁ ହୁଏ । ୧୨୫୦ ରୁ ୧୫୦୦ ବର୍ଷ ଭିତରେ ସେହି କ୍ରମର ପରାଗଗୁଡିକ କୁଣ୍ଡଳୀ ଭଳି ପୃଥିବୀ ଚାରିପଟେ ଦକ୍ଷିଣ ଆଡକୁ ଘଟି ଚାଲନ୍ତି । ଶେଷରେ ଏହି କ୍ରମଟି ଲୋପ ପାଇଯାଏ ଓ ଆଉ ଗୋଟିଏ ନୂଆ କ୍ରମ ଉତ୍ତର ମେରୁ ଆଡୁ ବାହରେ । ତେଣୁ ପ୍ରାୟ ୧୮ ବର୍ଷର ସବୁ ପରାଗ/