ପୃଷ୍ଠା:Saikelara Kahani.pdf/୨

ଉଇକିପାଠାଗାର‌ରୁ
ଏହି ପୃଷ୍ଠାଟି ବୈଧ ହୋଇସାରିଛି
ସୃଜନିକା ଚିନ୍ତାଧାରା

ସବୁ ବୟସର ଓ ଶ୍ରେଣୀର ଲୋକମାନଙ୍କ ଭିତରେ ବୈଜ୍ଞାନିକ ଦୃଷ୍ଟିଭଙ୍ଗୀର ବିକାଶ ସୃଜନିକାର ଲକ୍ଷ । ବିଚାର କରିବା, ପ୍ରଶ୍ନ ଉଠାଇବା, ଆତ୍ମସମୀକ୍ଷା ଆଦି ଏହି ଦୃଷ୍ଟିକୋଣର ପରିଚାୟକ । ପିଲାଦିନରୁ ଏଗୁଡ଼ିକର ବିକାଶ କରାଯାଇ ପାରିଲେ ଦେଶ ଓ ସମାଜର ଉନ୍ନତି ଆପେ ଆପେ ହେଇପାରିବ । ତେଣୁ ପ୍ରଥମ ଅବସ୍ଥାରେ ସୃଜନିକାର କାର୍ଯ୍ୟକ୍ରମଗୁଡ଼ିକ ପିଲାଙ୍କ ପାଇଁ ଏବଂ ପିଲାଙ୍କ ମାଧ୍ୟମରେ ଶିକ୍ଷକ/ଅଭିଭାବକ/ଜନସାଧାରଣଙ୍କ ପାଇଁ କରାଯାଉଛି । ଏସବୁ ଦ୍ୱାରା କ୍ରମେ ସ୍କୁଲ ଓ ଶିକ୍ଷା ବ୍ୟବସ୍ଥାର ଆବଶ୍ୟକୀୟ ପରିବଉଁନ ଆସିପାରିବ ବୋଲି ଆମର ଆଶା ।


ଏହି ଚିନ୍ତାଧାରାକୁ ବାସ୍ତବ ରୂପ ଦେବା ପାଇଁ ଆମର ବିଭିନ୍ନ ପରୀକ୍ଷା ଭିତରେ ରହିଛି ବିଜ୍ଞାନ ତରଙ୍ଗ ପତ୍ରିକା ଓ ଅନ୍ୟ ବହି ପ୍ରକାଶନ, ଶିକ୍ଷକ କର୍ମଶାଳ, ବିଜ୍ଞାନ ମେଳା, ବିଜ୍ଞାନ ଖେଳନା ବିତରଣ ଆଦି । ଆମର ମତେଲଗୁଡ଼ିକ ତାଲା ପଡ଼ି ରହୁଥିବା କିଛି ଜଟିଳ ଓ ଦାମିକା ଜିନିଷ ନୁହେଁ । ଏଗୁଡ଼ିକ ସହଜରେ ଓ ଶସ୍ତାରେ ହୋଇପାରୁଥିବା ଜିନିଷ ଯାହାକୁ କେହି ହାତରେ ନେବାକୁ ଡରିବେନାହିଁ । ବିଜ୍ଞାନର ଯେକୌଣସି ତଥ୍ୟକୁ ବୁଝାଇ ଫାରୁଥିବା ଜିନିଷଟିଏ ଆମ ପାଇଁ ପାଠ୍ୟୋପକରଣ ନୁହେଁ – ଏହା ଏକ ଖେଳ ନା । ନିଜ ହାତେ ଗଢ଼ିବା – ଖେଳି ଖେଳି ଶିଖିବା – ଭଲ ଭାବେ ବୁଝିବା ହେଉଛି ଆମର ଜୀବନ ଦର୍ଶନ ।