ପୃଷ୍ଠା:Sri Jagannath (MM Tripathy, 2012, 3e. 2014).pdf/୧୪

ଉଇକିପାଠାଗାର‌ରୁ
ଏହି ପୃଷ୍ଠାଟି ସଂଶୋଧନ ହୋଇସାରିଛି

"ଅଦୋ ଯଦ୍ଦାରୁ ପ୍ଳବତେ ସିନ୍ଧୋ ପାରେ ଅପୁରୁଷମ୍‍ ।
ତଦା ରଭସ୍ୱ ଦୁର୍ହଣୋ ତେନଗଚ୍ଛ ପରସ୍ତରମ୍‍ ।।"
(୧୦-୧୫୫:୩)

ଅର୍ଥାତ୍, ହେ ଦୁର୍ଭିକ୍ଷରୁ ନିବାରଣ ଚାହୁଁଥିବା ମଣିଷଗଣ ! ଏହି ଯେଉଁ କାଷ୍ଠମୟୀ ନୌକା, ସମୁଦ୍ର ବା ନଦୀକୁ ପାରି ହେବାପାଇଁ ବିନା କୌଣସି ମଣିଷଦ୍ୱାରା ଜଳ ଉପରେ ବିଦ୍ୟମାନ ଅଛି, ତାକୁ ଅବଲମ୍ୱନ କର । ତା' ମାଧ୍ୟମରେ ଦୂରଦେଶ ବା ଦ୍ୱୀପକୁ ଚାଲିଯାଅ । ଏହାକୁ ସାୟଣାଚାର୍ଯ୍ୟ (୧୪ଶ ଶତାବ୍ଦୀ) ତାଙ୍କ ଭାଷ୍ୟରେ ଲେଖିଛନ୍ତି- "ବର୍ତ୍ତମାନ ସମୁଦ୍ରରେ ପୁରୁଷୋତ୍ତମ ନାମ ଦେବତା ଶରୀର ଜଳ ଉପରେ ଭାସୁଛି । ନିର୍ମାଣ ରହିତ ଯୋଗୁଁ ସେ ଅପୌରୁଷ । ଏହି ଦାରୁମୟ ଦେବତାଙ୍କୁ ଉପାସନା କରିବା ଲୋକ ବୈଷ୍ଣବ ଲୋକକୁ ଗମନ କରନ୍ତି ।" ପରବର୍ତ୍ତୀ କାଳରେ ଉପରୋକ୍ତ ମନ୍ତ୍ରଟି ସ୍କନ୍ଦ ପୁରାଣରେ ପରିବର୍ତ୍ତିତ ରୂପରେ ସ୍ଥାନ ପାଇଛି:

"ଅହୋ ତବାୟଂ ଖଳୁ ଭାଗ୍ୟରାଶି
ର୍ଯେନା ବିରାସୀଦ୍‍ଭୁ ବି ଦାରୁ ମୂର୍ତ୍ତିି
ଯସ୍ୟାପ୍ୟୁପାସ୍ତିଂ ଶ୍ରୁତିରାହ ମୁକ୍ତି
ପ୍ରଦାନ ମାସ୍ୱଜ୍ଞ ବିମୋହିତ ନାମ
ଯ(ସ) ଏଷ ପ୍ଳବତେ ଦାରୁଃ-ସିନ୍ଧୁପାରେ ହ୍ଯୁ ପୌରୁଷଃ
ତମୁପାସ୍ୟ ଦୁରାରାଧଂ ମୁକ୍ତିଂ ଯାତି ସୁଦୁର୍ଲଭମ୍‍ ।" (୨୧ ଅଧ୍ୟାୟ)

ଅର୍ଥାତ୍ ହେ ନରପତି ! ତୁମର ଭାଗ୍ୟରାଶି ଅତି ଆଶ୍ଚର୍ଯ୍ୟ । ପୁରୁଷୋତ୍ତମ ଭଗବାନ ଜଗତରେ ଦାରୁମୂର୍ତ୍ତି ଧାରଣ କରି ଆବିର୍ଭୂତ ହୋଇଥିଲେ । ଶ୍ରୁତି (ବେଦ)ରେ କୁହାଯାଇଛି, ଏହାଙ୍କୁ ଉପାସନା କଲେ ଆତ୍ମଜ୍ଞାନ ବିମୋହିତ ବ୍ୟକ୍ତିମାନଙ୍କର ମଧ୍ୟ ମୋକ୍ଷ ଲାଭ ହୁଏ । (ଶ୍ରୁତି ବର୍ଣ୍ଣିତ) ସେହି ଅପୌରୁଷେୟ ଦାରୁ ସମୁଦ୍ରତୀରରେ ଭାସମାନ ହେଉଛନ୍ତି । ଏ ଦୁରାରାଧ୍ୟ । ଏହାଙ୍କୁ ଉପାସନା କଲେ ଦୁର୍ଲଭ ମୁକ୍ତି ପ୍ରାପ୍ତ ହୁଏ ।

ଋଗ୍‍ବେଦର ଉଲ୍ଲିଖିତ ମନ୍ତ୍ର ସହିତ ଦାରୁବହ୍ର୍ମ ପୁରୁଷୋତ୍ତମଙ୍କ ସଂପର୍କ ନାହିଁ ବୋଲି କହିଛନ୍ତି ଗବେଷକ ଡକ୍ଟର ଗୌରାଙ୍ଗ ଚରଣ ନାୟକ, ଡକ୍ଟର ସତ୍ୟନାରାୟଣ ରାଜଗୁରୁ, ଡକ୍ଟର ଉମେଶ ପତ୍ରୀ, ସଚ୍ଚିଦାନନ୍ଦ ମିଶ୍ର ଓ ଟି.ଏନ୍‍ ଧର୍ମାଧିକାରୀ ପ୍ରମୁଖ । ଡକ୍ଟର ରାଜଗୁରୁ ଲେଖିଛନ୍ତି- "ଭୁଲରେ ଏହି ସୂତ୍ରଟି ଶ୍ରୀଜଗନ୍ନାଥଙ୍କ ଦାରୁବ୍ରହ୍ମ ପ୍ରତି ପ୍ରଯୁଜ୍ୟ କରି ନିଜେ ମଧ୍ୟ ତାହା ସନ୍ଦେହ କରିିବା ତାଙ୍କ (ସାୟଣାଚାର୍ଯ୍ୟଙ୍କ) ଭାଷ୍ୟରୁ ଜଣାଯାଏ । କାରଣ ଶଂସିତ ବୈଦିକ ସୂତ୍ରଟି ଅନ୍ୟ ପ୍ରସଙ୍ଗର ଅର୍ବୋଧ କରୁଛି ।" ଡକ୍ଟର ପତ୍ରୀ କହନ୍ତି- "ପ୍ରକୃତରେ ଋଗ୍‍ବେଦର ସେହି ମନ୍ତ୍ରଟି କ'ଣ ଶ୍ରୀଜଗନ୍ନାଥଙ୍କୁ ପ୍ରତିପାଦନ କରୁଛି? ଏହି ଅଲକ୍ଷ୍ମୀ ସୂକ୍ତରେ ପାଞ୍ଚଟି ମନ୍ତ୍ର ଅନୁଷ୍ଟପ ଛନ୍ଦରେ ପରସ୍ପର ସହିତ ଛନ୍ଦାୟିତ ହୋଇ ସଂରଚିତ ହୋଇଛି । ପୂର୍ବାପର ସଂପର୍କକୁ ନ ଜାଣିଲେ କେବଳ ଗୋଟିଏ

ଶ୍ରୀଜଗନ୍ନାଥ ■ ୧୫