ଲେଖକ:ଭୀମ ଭୋଇ

ଉଇକିପାଠାଗାର‌ରୁ
Jump to navigation Jump to search
ଭୀମ ଭୋଇ
(୧୮୫୦–୧୮୯୫)
  • Sister Projects.sister projects: Wikipedia article, [[q:ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲ ର ମଧୁପୁର ଗ୍ରାମ ରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ ।[୧] ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।[୨]

    ଜୀବନୀ ମହିମା ଧର୍ମ ରଚନାବଳୀ ଟୀକା

    ଅଧିକ ପଠନ|quotes]].
  • Wikidata.Search Wikidata.
ମହିମା ଧର୍ମର ପ୍ରବର୍ତ୍ତକ ଓ ଅନେକ ଶୂନ୍ୟଭଜନର କବି । ସନ୍ଥକବି ଭାବେ ପରିଚିତ ।
ଭୀମ ଭୋଇ

ରଚନାବଳୀ[ସମ୍ପାଦନା]

ଗ୍ରନ୍ଥ[ସମ୍ପାଦନା]

ଭଜନ[ସମ୍ପାଦନା]